କାଳଷଣ୍ଢପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

କାଳଷଣ୍ଢପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

0 0
Read Time:2 Minute, 0 Second

ଆସିକା ବ୍ଲକ କାଳଷଣ୍ଢପୁର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି.ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବିଧାୟିକା ମଞ୍ଜୁଳା ସ୍ୱାଇଁ ଓ ସାଂସଦ ପ୍ରମିଳା ବିଶୋୟୀ ଯୋଗଦେଇଥିବା ବେଳେ  ମୁଖ୍ୟବକ୍ତା ଭାବେ ଶିକ୍ଷାବିତ କବିବର ପ୍ରଧାନ, ସମ୍ମାନିତ ଅତିଥି ରୂପେ ବରିଷ୍ଠ ନେତା ଦିଲ୍ଲୀପ କୁମାର ପାଣିଗ୍ରାହୀ, ନଚିକେତା ସ୍ୱାଇଁ, ଅଭିମନ୍ୟୁ ନାହାକ, ରାଜେଶ ପଟ୍ଟନାୟକ, ସ୍ଥାନୀୟ ଜିଲ୍ଲା ପରିଷଦ ମନୋଜ କୁମାର ଦୋରା, ଶିକ୍ଷାବିତ ପ୍ରସନ୍ନ ପାଣିଗ୍ରାହୀ, ସରପଞ୍ଚ ପ୍ରତିନିଧି ସମୀର କୁମାର ବେହେରା, ସମାଜସେବୀ କାଳୁ ଚରଣ ପାତ୍ର, ବିଦ୍ୟାଳୟ ପରିଚାଳନା ସଭାପତି ବୁଲୁ ସ୍ୱାଇଁ ପ୍ରମୁଖ ଯୋଗଦେଇଥିଲେ.ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ.ପ୍ରଥମେ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା.ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ. ଉପସ୍ଥିତ ସମସ୍ତ ଅତିଥି ଛାତ୍ରଛାତ୍ରୀ ମାନଙ୍କୁ ଜୀବନ ଗଠନ ସମ୍ପର୍କରେ ଉପଦେଶ ଦେଇଥିଲେ. ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା.ସରପଞ୍ଚ ଜୟନ୍ତୀ ବେହେରାଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳନା ହୋଇଥିଲା.ଶେଷରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବୁଲୁ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ.

Happy
Happy
0 %
Sad
Sad
0 %
Excited
Excited
0 %
Sleepy
Sleepy
0 %
Angry
Angry
0 %
Surprise
Surprise
0 %
ମନୋରଞ୍ଜନ