ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ଭୁବନି ଠାରେ ପଞ୍ଚାୟତ ସ୍ତରୀୟନବ-ନିର୍ବାଚିତ ଜନ ପ୍ରତିନିଧି ମାନଙ୍କ ତିନି ଦିନିଆ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲା ଗୁମ୍ମା ବ୍ଲକର ଭୁବନି ଠାରେ ପଞ୍ଚାୟତ ସ୍ତରୀୟନବ-ନିର୍ବାଚିତ ଜନ ପ୍ରତିନିଧି ମାନଙ୍କ ତିନି ଦିନିଆ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ

0 0
Read Time:1 Minute, 34 Second

ପାରଳାଖେମୁଣ୍ଡି , ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ବହୁଳ ଭୁବନି, ଅଜୟଗଡ ଓ କୁଜାସିଂ ପଞ୍ଚାୟତରେ ଭିନ୍ନ ଭିନ୍ନ ଭାବେ ସେଠାକାର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଓପିଇଏଲଆଇପି: ପ୍ରକଳ୍ପ ସହାୟତାରେ ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ “ଜନ କଲ୍ୟାଣ ପ୍ରତିଷ୍ଠାନ’ ପକ୍ଷରୁ ଗ୍ରାମ ପଞ୍ଚାୟତ ସ୍ତରୀୟ ନବ-ନିର୍ବାଚିତ ଜନ ପ୍ରତିନିଧି ମାନଙ୍କ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳା କାର୍ଯ୍ୟକ୍ରମ ତିନିଦିନ ଧରି ଅନୁଷ୍ଠିତ ହୋଇଥିଲା ।ଭୁବନି ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନବ ନିର୍ବାଚିତ ସରପଞ୍ଚ ଶ୍ରୀ ପ୍ରଦୀପ ମଣ୍ଡଳ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ନାଏବ ସରପଞ୍ଚ ଶ୍ରୀମତୀ ଜ୍ୟୋତି ଗମାଙ୍ଗଙ୍କ ସମେତ ୧୧ ଜଣ ସମିତି ଓ ୱାର୍ଡ ସଭ୍ୟସଭ୍ୟା ଅଂଶଗ୍ରହଣ କରିଥିଲେ ।ମୁଖ୍ୟତଃ ପଞ୍ଚାୟତକୁ ଆସୁଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଶତ ପ୍ରତିଶତ ସଫଳତା ପାଇଁ ସମସ୍ତେ ନିଜ ନିଜ ମଧ୍ୟରେ ସମନ୍ୱୟ ରକ୍ଷା କରି ପଞ୍ଚାୟତ ରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏହି କର୍ମଶାଳା କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି କୁହାଯାଇଛି ।

Happy
Happy
0 %
Sad
Sad
0 %
Excited
Excited
0 %
Sleepy
Sleepy
0 %
Angry
Angry
0 %
Surprise
Surprise
0 %
Top Stories ନ୍ୟୁଜ୍ ସ୍ପେଶାଲ୍ ରିପୋର୍ଟ